• ଆମ ଖବର

ଶ୍ରୀ ମନ୍ଦିର ଚୁଲି ଭଙ୍ଗା ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କଡା ସମଲୋଚନା

ଶ୍ରୀ ମନ୍ଦିର ପ୍ରସଙ୍ଗରେ ଟ୍ୱିଟ କରି ରାଜ୍ୟ ସରକାରଙ୍କ କଡା ସମଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ନିଜ ଟ୍ୱିଟ ରେ ଲେଖିଥିଲେ

"ଓଡ଼ିଆ ଜାତିର ଅସ୍ମିତାର ପରିଚୟ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ସ୍ଥିତ ପବିତ୍ର ରୋଷଘର ଚୁଲି ଗୁଡ଼ିକ ଭାଙ୍ଗି ଦିଆଯିବା ଘଟଣା ଗଣମାଧ୍ୟମରୁ ଜାଣିବାକୁ ପାଇଲି । ଏହି ଖବର ମୋତେ ଦୁଃଖିତ ଓ ବ୍ୟଥିତ କରିଛି । ମହାପ୍ରଭୁ ଓଡ଼ିଶାବାସୀ ଏବଂ ସାରା ବିଶ୍ୱର ହିନ୍ଦୁ ସମାଜର ଆସ୍ଥା ଓ ବିଶ୍ୱାସର କେନ୍ଦ୍ର ।

ଶ୍ରୀମନ୍ଦିର ସହ ମହାପ୍ରଭୁଙ୍କ ମହାପ୍ରସାଦର ରହିଛି ଅନନ୍ୟ ସମ୍ପର୍କ । ରୋଷଘରର ଅବଢ଼ା ପ୍ରସ୍ତୁତ ହେଉଥିବା ଚୁଲିକୁ ଭାଙ୍ଗି ଦେଇ ମହାପ୍ରଭୁଙ୍କ ପ୍ରସାଦ ପ୍ରସ୍ତୁତିକୁ ବ୍ୟାଘାତ କରିବା ଦୁଃଖଦାୟକ ।

ମହାପ୍ରସାଦ ସହ ଓଡ଼ିଆଙ୍କ ଭାବାବେଗ ଜଡ଼ିତ । ମହାପ୍ରଭୁଙ୍କ ମହାପ୍ରସାଦ ଅମୃତ ତୁଲ୍ୟ । ମହାପ୍ରଭୁଙ୍କ ରୋଷଘର ସହ ମା’ ଲକ୍ଷ୍ମୀ ଓ ମା’ ହିଙ୍ଗୁଳାଙ୍କ ପ୍ରତ୍ୟକ୍ଷ ଜଡ଼ିତ ଥିବା ଓଡ଼ିଆ ଜନମାନସର ବିଶ୍ୱାସ ।

ରାଜ୍ୟ ସରକାର ଏବଂ ଶ୍ରୀମନ୍ଦିର ପ୍ରଶାସନ ଏହି ଘଟଣାକୁ ଗୁରୁତ୍ୱର ସହ ନେଇ ଭବିଷ୍ୟତରେ ଯେଭଳି ଏହି ଘଟଣାର ପୁନରାବୃତ୍ତି ନ ହେବ, ସେଥିପାଇଁ ଆବଶ୍ୟକ ପଦକ୍ଷେପ ନେବା ସହ ସଜାଗ ରହିବା ଜରୁରୀ । "


ଶ୍ରୀ ମନ୍ଦିର ପ୍ରସଙ୍ଗ ତେଜିବାକୁ ଲାଗିଲାଣି , ସରକାରଙ୍କ ପକ୍ଷରୁ ଉତ୍ତର ଅପେକ୍ଷା ରେ ଅନେକ ଜଗନ୍ନାଥ ପ୍ରେମୀ ଆଶା ବାନ୍ଧି ରହିଛନ୍ତି ।

9 views0 comments