• ଆମ ଖବର

ରଜ ପର୍ବ ପାଇଁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, ଓଟିଡିସି ଆରମ୍ଭ କଲା 'ପିଠା ଅନ୍ ହ୍ୱିଲ୍'

କୋଭିଡ-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତ ଥର ଓଡ଼ିଶାର ସାଂସ୍କୃତିକ ଗଣପର୍ବ ରଜ ମହୋତ୍ସବକୁ ନିରାଡ଼ମ୍ବର ଭାବେ ପାଳନ କରିବାକୁ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ନିଷ୍ପତ୍ତି ନେଇଛି।


ସୂଚନା ଅନୁଯାୟୀ, ଆସନ୍ତାକାଲିଠୁ ‘ପିଠା ଅନ୍ ହ୍ୱିଲ୍‌’ ମାଧ୍ୟମରେ ରାଜଧାନୀ ଭୁବନେଶ୍ୱର ସମେତ ସମ୍ବଲପୁର ଓ କଟକରେ ସୁଲଭ ଦରରେ ସୁସ୍ୱାଦୁ ଓଡ଼ିଆ ପିଠା ଯୋଗାଇ ଦେବ। ଆଜି ଏହି କାର୍ଯ୍ୟକ୍ରମକୁ ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଉଦଘାଟନ କରିଥିଲେ।



ସେହିପରି ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ ରଜ ପର୍ବ ଅବସରରେ ଓଡ଼ିଶାବାସୀ ଓ ବିଶେଷକରି ମା’ ଓ ଝିଅମାନଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ, ରଜ ଓଡ଼ିଶାର ସାଂସ୍କୃତିକ ଗଣପର୍ବ। ବସୁଧା, ପ୍ରକୃତି ଓ ନାରୀଙ୍କ ମହନୀୟତାକୁ ସମ୍ମାନ ଜଣାଇବାର ଅନନ୍ୟ ପରମ୍ପରା। ସମାଜ ପାଇଁ ନାରୀର ଅମୂଲ୍ୟ ଅବଦାନକୁ ସମ୍ମାନ ଜଣାଇବାର ପର୍ବ। ଏହାସହିତ ସମସ୍ତେ କୋଭିଡ୍ କଟକଣା ମାନି ନିରାଡ଼ମ୍ବର ଭାବେ ରଜପର୍ବ ପାଳନ କରିବାକୁ ସେ କହିଛନ୍ତି।

ଏଥିସହିତ ଓଟିଡିସିର ପାନ୍ଥନିବାସ ଓ ମିଶନ ଶକ୍ତି ମା’ମାନଙ୍କ ସହାୟତାରେ ଆୟୋଜନ କରାଯାଉଥିବା ‘ପିଠା ଅନ୍ ହ୍ୱିଲ୍‌’ ଉପକ୍ରମକୁ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି।

4 views0 comments